'ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ‘ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର'

ଭୁବନେଶ୍ୱର; ମୟୂରଭଞ୍ଜ ଜିଲାର ଗୌରବଜ୍ଜଳ ଇତିହାସ ସର୍ବଜନ ବିଦିତ। ଓଡ଼ିଶା ମାଟିକୁ ବିଭିନ୍ନ କ୍ଷେତ୍ରରେ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର୍ ଠାରେ ଆୟୋଜିତ ମୟୂରଭଞ୍ଜ ଉତ୍ସବ ଅବସରରେ କହିଛନ୍ତି।ଭୁବନେଶ୍ୱର ଉତ୍କଳ ମଣ୍ଡପ ଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ମୟୂରଭଞ୍ଜ ର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ, ଇଂରେଜ ଶାସନ କାଳରେ ରେଭେନ୍ସା ମହାବିଦ୍ୟାଳୟ ପ୍ରତିଷ୍ଠା ଓ କାର୍ଯ୍ୟକାରିତା ପାଇଁ ମୟୂରଭଞ୍ଜ ରାଜ ପରିବାରର ଅବଦାନ, ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା କଟକ ବଡ଼ ମେଡ଼ିକାଲ ଓଡ଼ିଶାର ବରପୁତ୍ର ମୟୂରଭଞ୍ଜର ସୁନାମଧନ୍ୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଅନନ୍ୟ ଅବଦାନ ବୋଲି କହିଛନ୍ତି।

cm

ଏହାସହ ମୟୂରଭଞ୍ଜରେ ଛଉ ନୃତ୍ୟର ଲୋକପ୍ରିୟତା ଓ ଜିଲ୍ଲାବାସୀଙ୍କ ଦାବିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜରେ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ଘୋଷଣା କରିଛନ୍ତି। ସେହିପରି ପର୍ଯ୍ୟଟନ କ୍ଷେତ୍ରରେ ଜିଲ୍ଲାର ପ୍ରସିଦ୍ଧି ରହିଥିବାରୁ ଗୁଜରାଟର ସାବରମତୀ ରିଭର ଫ୍ରଣ୍ଟ ପରି ବାରିପଦାରେ ୬୦ କୋଟି ଟଙ୍କା ବିନିଯୋଗରେ ବୁଢ଼ାବଳଙ୍ଗ ରିଭର୍ ଫ୍ରଣ୍ଟ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+