ଭୁବନେଶ୍ଵର ବିମାନବନ୍ଦରରେ ଏବେ ମିଳିବ ଶସ୍ତା ଖାଦ୍ୟପାନୀୟ

ଭୁବନେଶ୍ଵର ବିମାନବନ୍ଦରରେ ଏବେ ମିଳିବ ଶସ୍ତା ଖାଦ୍ୟପାନୀୟ। ଏୟାରପୋର୍ଟ ଭିତରେ ଉଡାନ ଯାତ୍ରୀ କାଫେର ଶୁଭାରମ୍ଭ। ୧୦ ଟଙ୍କାରେ ଚା, କଫି, ପାଣି ବୋତଲ ଓ ନଡ଼ିଆ ଲଡ଼ୁ ମିଳିବ। ସେହିପରି ୨୦ ଟଙ୍କାରେ ସିଙ୍ଗଡ଼ା ମିଳିବ। ସବୁ ଯାତ୍ରୀ ଏହି ସୁଲଭ ସୁବିଧା ନେଇ ପାରିବେ। ଉଡାନ ଯାତ୍ରୀ କାଫେର ଉଦଘାଟନ ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜରପୁ ଏହି ସୂଚନା ଦେଇଛନ୍ତି।

Bhubaneswar airport

ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏହା ଏକ ନୂଆ ପ୍ରୟାସ। ଏହାଦ୍ଵାରା ଯାତ୍ରୀମାନେ କମ୍ ଖର୍ଚ୍ଚରେ ସୁସ୍ୱାଦୁ ଖାଦ୍ୟ ପାଇପାରିବେ। ଗତବର୍ଷ ଡ଼ିସେମ୍ବର ମାସରେ ପ୍ରଥମେ କଲିକତାରେ ଏହି ଉଡାଣ ଯାତ୍ରୀ କାଫେ ଖୋଲା ହୋଇଥିଲା। ପରେ ଚେନ୍ନାଇ, ଅହମ୍ମଦାବାଦ, ପୁନେରେ ମଧ୍ୟରେ ଖୋଲିଛି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା । ଆସନ୍ତା ଏକବର୍ଷ ମଧରେ ଦେଶର ୧୦ ରୁ ୧୫ ବଡ଼ ବିମାନବନ୍ଦରରେ ଏହି କାଫେ ଖୋଲିବ ବୋଲି ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି।

ସେହିପରି ଭୁବନେଶ୍ୱର ବିମାନବନ୍ଦରରେ ଟର୍ମିନାଲ ୩ର ସମ୍ପ୍ରସାରଣ ହେବ। ଏହି ଟର୍ମିନାଲରେ କେବଳ ଓଡ଼ିଆ କୀର୍ତ୍ତି, ପ୍ରଥା ଓ ପରମ୍ପରାର ଝଲକ ରହିବ। କୌଣସି ଆଧୁନିକତା ଝଲକ ରହିବ ନାହିଁ। ବିମାନ ଯାତ୍ରୀ ଓହ୍ଲାଇବା ପରେ ଓଡ଼ିଶାର ଗୌରବ ଗାଥା ବିଷୟରେ ଜାଣିପାରିବେ ବୋଲି ମନ୍ତ୍ରୀ ରାମମୋହନ ନାଇଡୁ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+