Get Updates
Get notified of breaking news, exclusive insights, and must-see stories!

ପାହାଡରେ ସୁଡ଼ଙ୍ଗ କରି ଦିଆଯିବ ପାଣି: ଖୁବଶୀଘ୍ର ଆରମ୍ଭ ହେବ ଛେଳିଗଡ ଜଳସେଚନ ପ୍ରକଳ୍ପ

ଗଜପତି: ପ୍ରାୟ ଏକ ହଜାର କୋଟି ଟଙ୍କାରେ ଆରମ୍ଭ ହେବ ଛେଲିଗଡ ଜଳସେଚନ ପ୍ରକଳ୍ପ। ପାହାଡ କାଟି ଯୋଗାଇ ଦିଆଯିବ ପାଣି। ବ୍ରହ୍ମପୁର ସହରର ପାନୀୟ ଜଳ ସମସ୍ଯା ଏହାଦ୍ବାରା ଦୂର ହେବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଆଜି ତାଙ୍କର ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ୫-ଟି ସଚିବ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡକାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

Cheligadi Irrigation Project

ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜିଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏହି ପ୍ରକଳ୍ପ ପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ।

ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ।

ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ୟ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ୟ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+