ସ୍ୱର୍ଗତଃ ମହେଶ୍ୱରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ବିଧାୟକ, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର: ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି । ତାଙ୍କ ଶେଷ ଦର୍ଶନ ପାଇଁ ବିଧାନସଭା ପରିସରରକୁ ଅଣାଯାଇଥିଲା ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭା ପରିସରରେ ମହେଶ୍ୱରଙ୍କୁ ଦିଆଯାଇଛି ଗାର୍ଡ ଅଫ୍ ଅନର ।

maheswar mohanty

ଏହାପୂର୍ବରୁ ବିଜେଡି କାର୍ଯ୍ୟାଳୟରେ ମହେଶ୍ୱରଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି କାର୍ଯ୍ୟାଳୟରେ ଦଳୀୟ ନେତା ଓ କର୍ମୀ ମହେଶ୍ୱରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବିଧାନସଭାରେ ଶେଷ ଦର୍ଶନ ପରେ ତାଙ୍କ ମହେଶ୍ୱରଙ୍କ ପାର୍ଥିବ ଶରୀରକୁ ପୁରୀ ନିଆଯିବ । ପୁରୀରେ ମହେଶ୍ୱରଙ୍କ ଅନ୍ତିମ ସଂସ୍କାର କରାଯିବ ।

ମହେଶ୍ୱର ମହାନ୍ତିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି । ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ କହିଛନ୍ତି, ମହେଶ୍ୱର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ । ଜଣେ ଦକ୍ଷ ସଂଗଠକ ଭାବରେ ତଙ୍କର ସୁନାମ ଥିଲା । ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି ।

ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକ ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଗଭିର ଶୋକ ପ୍ରକାଶ କରିଛନ୍ତି ।

ଉ‌ଲ୍ଲେଖଯୋଗ୍ୟ, ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ ହୋଇଛି । ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି । ନଭେମ୍ବର ପହିଲାରୁ ଭୁବନେଶ୍ୱରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ମହାନ୍ତିଙ୍କ ବିୟୋଗ ଭୋର 3.25 ରେ ହୋଇଛି ବୋଲି ହସ୍ପିଟାଲର ଲୋକସଂପର୍କ ଅଧିକାରୀଙ୍କ ସୂତ୍ରରୁ ଜଣାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+