ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ
ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ । ନିଜ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ସେ ଏ ନେଇ ପୋଷ୍ଟ କରିଛନ୍ତି ।
ପ୍ରଧାନମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଦେଶର ସମସ୍ତ ପରିବାର ସଦସ୍ୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଆହୁରି ଲେଖିଛନ୍ତି ଯେ, ପରୋପକାର ପାଇଁ ପ୍ରେରଣା ଯୋଗାଉଛି ଏହି ପର୍ବ । ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ଉତ୍ସାହ ଆଣିଦେଉ,ଏହା ହିଁ କାମନା ବୋଲି ସେ କହିଛନ୍ତି।
ଆଜିଠୁ ୨୧ ଦିନ ଧରି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ହେବ । ସେହିପରି ଉତ୍କଳୀୟ ପରମ୍ପରା ଅନୁଯାୟୀ ଗାଁ ଗହଳିରେ ଆଜି ଅକ୍ଷିମୁଠି ଅନୁକୁଳ କରାଯିବାର ବିଧି ରହିଛି ।

ସେହିପରି ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଓ ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଏହା ହେଉଛି ଶୀତଳଷଷ୍ଠୀର ଆଦ୍ୟ ପର୍ବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ ଅନୁଦାନ ସଂଗ୍ରହ କରାଯିବ।
କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି । ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଉ ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । ସବୁ କାମର ଅନୁକୂଳ ପାଇଁ ଏହି ଦିନଟି ବେଶ୍ ଭଲ ଓ ଶୁଭ ହୋଇଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ଆଦି ଶୁଭକର୍ମ ଅନୁଷ୍ଠିତ ହୋଇଥାଏ ।
ଓଡ଼ିଆ ପରମ୍ପରା ଅନୁସାରେ ବୈଶାଖ ମାସରେ ଏହି ପୂଜା ପଡ଼ିଥାଏ । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।












Click it and Unblock the Notifications