ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ । ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକ ହୋଇଛି । ୮୪ ବର୍ଷ ବୟସରେ ମୁମ୍ବାଇରେ ତାଙ୍କ ପରଲୋକ ହୋଇଛି । ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

naveen patnaik

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡ଼ିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡ଼ି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା। ତାଙ୍କ ବିୟୋଗ ପରେ ଆତ୍ମାର ସଦଗତି କାମନା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ସୂଚନାଯୋଗ୍ୟ, ପଦ୍ମଶ୍ରୀ ସମ୍ମାନିତ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଛି। ୧୯୬୯ ମସିହାରେ ସେ 'ଭୂବନ ସୋମ୍‌' କଥାଚିତ୍ରରୁ ଅଭିନେତା ଜୀବନ ଆରମ୍ଭ କରିଥିଲେ। ଏଥିରେ ସେ ଏକ ମୂକ ପକ୍ଷୀଧରାଳି ଚରିତ୍ରରେ ଅଭିନୟ କରିଥିଲେ। ଏହା ପରେ ସେ ଆଉ ସିନେମା ଜଗତରୁ ପଛକୁ ଚାହିଁ ନଥିଲେ। ୧୯୭୪ର ଚଳଚ୍ଚିତ୍ର ଅଙ୍କୁର ତାଙ୍କୁ ଜାତୀୟ ସ୍ଥରରେ ଜଣେ ଭଲ ଅଭିନେତାର ସ୍ୱୀକୃତି ଦେଇଥିଲା। ସାଧୁ ମେହେର୨୮ରୁ ଅଧିକ ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+