ବସ୍-ଟ୍ରକ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସମବେଦନା ଜଣାଇ 3 ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସକାଳେ ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇଛନ୍ତି । ଏଥି ସହ ପ୍ରତି ମୃତକଙ୍କ ପରିବାରକୁ 3 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି । ଖାଲି ସେତିକି ନୁହେଁ, ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

Accident- Naveen patnaik

ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଉକ୍ତ ଦୁର୍ଘଟଣାରେ 3 ଜଣ ପ୍ରାଣ ହରାଇଛନ୍ତି । ଯେଉଁମାନଙ୍କ ମଧ୍ୟରେ ବସ୍ ଡ୍ରାଇଭର, ଟ୍ରକ୍ ଡ୍ରାଇଭର ଓ ଜଣେ ଯାତ୍ରୀ ରହିଛନ୍ତି ।

ଉଲେଲଖଥାଉକି, କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଆଜି ସକାଳେ ବସ୍-ଟ୍ରକ୍ ମୁହାଁମୁହିଁ ଧକା ହୋଇଥିଲା । ଦୁର୍ଘଟଣାରେ 3 ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ 40 ଆହତ ହୋଇଥିବା ବେଳେ 20 ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଉଦ୍ଧାର କରାଯାଇଛି । ଏଣେ କଟକ ଜିଲ୍ଲାପାଳ ନରହରି ସେଠୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଏସସିବି ମେଡିକାଲରେ ଗୁରୁତରମାନଙ୍କୁ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+