Get Updates
Get notified of breaking news, exclusive insights, and must-see stories!

୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

mohan majhi

ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂର ଗାଁର ଜଣେ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ବିଶାଖାପାଟଣା ନେଉଥିବା ସମୟରେ ରବିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଭୋର୍‌ ସମୟରେ ଆନ୍ଧ୍ର ପ୍ରଦେଶର ନନ୍ଦିଗାମ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି।

ସୁନପୂର ଗ୍ରାମର ୭ ଜଣ ବ୍ୟକ୍ତି ଏକ କାର୍‌ରେ ଶ୍ରୀକାକୁଲମର ଏକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିବାବେଳେ ରାସ୍ତାରେ ଅଟକିଥିବା ଏକ ଭ୍ୟାନ୍‌ରେ କାର୍‌ଟି ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକମାନେ ହେଲେ ଦାଲେୟା ଓ ମୋହିନ। ଅନ୍ୟ ୫ ଜଣ ଗୁରୁତର ହୋଇଥିବାବେଳେ ସେମାନଙ୍କୁ ଟେକିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+