ମହାନଦୀ ନଦୀତଟ ବିକାଶ ଯୋଜନାକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ,ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜଳ ସମ୍ପଦ ବିକାଶ ବିଭାଗ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବ୍ୟବହାର କରିବ। ଜଳ ସମ୍ପଦ ବିକାଶ ବିଭାଗ ଦ୍ୱାରା ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ଖର୍ଚ୍ଚ ହେବ।
ଯୋଜନାକୁ ମଞ୍ଜୁରୀଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ମହାନଦୀ ହେଉଛି ଓଡିଶାର ଜୀବନରେଖା। ମହାନଦୀର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ପରିବେଶ, ସାଂସ୍କୃତିକ ତଥା ଆଧ୍ୟାତ୍ମିକ ପର୍ଯ୍ୟଟନର ପ୍ରମୁଖ କେନ୍ଦ୍ରରେ ପରିଣତ କରାଯିବ। ଏହି ପର୍ଯ୍ୟଟନସ୍ଥଳୀ ଗୁଡିକ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବ।

ଏହି ଯୋଜନାର ପ୍ରମୁଖ ଉଦ୍ଦେଶ୍ୟ ଗୁଡିକ ହେଉଛି, ନଦୀ କୂଳରେ ସହର ପାଇଁ ସାମାଜିକ, ସାଂସ୍କୃତିକ ସୁବିଧା ଯୋଗାଇଦେବା, ଘରୋଇ ସହଭାଗିତା ମାଧ୍ୟମରେ ଜଳକ୍ରୀଡା, ମନୋରଞ୍ଜନ ପାର୍କ, ବିଜ୍ଞାନ ପାର୍କ, ହର୍ବାଲ ଉଦ୍ୟାନ ଆଦିର ବିକାଶ ପାଇଁ ମୌଳିକ ଭିତ୍ତିଭୂମି ନିର୍ମାଣ, ନଦୀତଟ କ୍ଷୟ ତଥା ନଦୀ ସଂରଚନାର ନିୟନ୍ତ୍ରଣ, ଆବର୍ଜନା ନିଷ୍କାସନ ପଥ ପରିବର୍ତ୍ତନ କରି ନଦୀଜଳ ସଫା ରଖିବା, ଜଳ ସଂରକ୍ଷଣ ଦ୍ୱାରା ଜଳାଭାବ ସମୟରେ ନିକଟସ୍ଥ ଅଞ୍ଚଳକୁ ପାନୀୟଜଳ ଯୋଗାଣ ଏବଂ ସମ୍ବଳର ସ୍ଥାୟୀ ବିକାଶ ସହିତ ପାରିପାର୍ଶ୍ୱିକ କ୍ଷେତ୍ରକୁ ପୁନର୍ଜୀବିତ କରିବା।












Click it and Unblock the Notifications