ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମ ଦିନ । ୭୯ବର୍ଷରେ ପାଦ ଦେଇଛନ୍ତି ନବୀନ। ଏହି ଅବସରରେ ନବୀନଙ୍କୁ ବିଭିନ୍ନ ଦିଗରୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଓ ଶୁଭ କାମନା ଜଣାଇଛନ୍ତି ।

ଏହାସହ ଅନେକ ବରିଷ୍ଠ ବ୍ୟକ୍ତି, ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ନବୀନଙ୍କ ଜନ୍ମଦିନ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁଙ୍କ ପାଖରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ଧର୍ମେନ୍ଦ୍ର। ସେହିପରି ବିଧାନସଭାର ବାଚସ୍ପତି ସୁରମା ପାଢୀ ମଧ୍ୟ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇ ଏକ୍ସରେ ପୋଷ୍ଟ କରିଛନ୍ତି।












Click it and Unblock the Notifications