ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଲେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି।

ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ଏହାପରେ ଆଜି ଏକନାଥ ସିନ୍ଦେ ମୁମ୍ବାଇର ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କ ପାଖକୁ ଭେଟି ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ଏକନାଥ ସିନ୍ଦେଙ୍କ ସହ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାବିସ୍ ମଧ୍ୟ ଉପସ୍ଥିତ ଥିଲେ।
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଏବଂ ଏନସିପିର ସହଯୋଗୀ ମହାୟୁତି ଦଳ ବିଜୟୀ ହୋଇଛି। ତେବେ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ତେବେ ରେସ୍ରେ ସବୁଠୁ ଆଗରେ ରହିଛନ୍ତି ଦେବେନ୍ଦ୍ର ଫଡନାବିସ୍। ତାଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କରିବାକୁ ଦାବି ହେଉଛି।
କୁହାଯାଉଛି ଯେ, ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହେଉଛି। ଏଭଳି ପରିସ୍ଥିତିରେ ଏକନାଥ ସିନ୍ଦେ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହାପୂର୍ବରୁ, ମୁଖମନ୍ତ୍ରୀ ପଦବୀ ପାଇଁ ନାମ ସ୍ଥିର କରାଯିବା ଉଚିତ। ଶପଥ ଗ୍ରହଣ ସମାରୋହ କରାଯିବା ଉଚିତ୍, କିନ୍ତୁ ଏପର୍ଯ୍ୟନ୍ତ ସ୍ଥିତି ସ୍ପଷ୍ଟ ହୋଇନାହିଁ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications