Get Updates
Get notified of breaking news, exclusive insights, and must-see stories!

ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ସ୍ଥିତ ବାସଭବନରେ ରାତି ୮ଟା ୫୦ ମିନିଟ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ନେଇ ପରିବାର ଓ ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି। ଦୀର୍ଘ ଦିନ ଧରି ସେ ସ୍ନାୟୁଜନିତ ରୋଗରେ ପୀଡ଼ିତ ଥିଲେ। ୨୦୧୪ ମସିହାରେ ସେ ସମ୍ବଲପୁର ବିଧାୟିକା ଭାବେ ନିର୍ବାଚିତ ହୋଇ ଜନସେବା କରିଥିଲେ।

mohan majhi

ଡା. ପାଣିଗ୍ରାହୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଜଣେ ବରିଷ୍ଠ ନେତ୍ରୀ ତଥା ବିଶିଷ୍ଟ ଚିକିତ୍ସିକା ଭାବେ ତାଙ୍କର ଅବଦାନ ସ୍ମରଣୀୟ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+