ଯାଜପୁର ସଡ଼କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ନିକଟତମ ଆତ୍ମୀୟଙ୍କୁ ୪ଲକ୍ଷ ଲେଖାଏଁ ସହାୟତା
ଯାଜପୁରଠାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସିଏମଓ ପକ୍ଷରୁ କୁହାଯାଇଛି, ଯାଜପୁରଠାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାରେ କାନ୍ଦ ପୂର୍ତ୍ତି, ନମିତା ନାୟକ, ଗୀତା ପୂର୍ତ୍ତି, ବଲ୍ମା ମୁଣ୍ଡା ଏବଂ ମାଳତୀ ମୁଣ୍ଡାଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।
ଏଥିସହ ପ୍ରତ୍ୟେକ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାରେ ଆହତମାନଙ୍କ ଉତ୍ତମ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରାଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।













Click it and Unblock the Notifications