ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ Sand Master Awardରେ ସମ୍ମାନିତ ହୋଇଥିବାରୁ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି। ସୂଚନାଯୋଗ୍ୟ ଯେ, ସଂଯୁକ୍ତ ରାଷ୍ଟ୍ରର ଡୋରସେଟ୍ ଅଞ୍ଚଳର ୱେମାଉଥ ଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବରେ ସୁଦର୍ଶନ ପଟ୍ଟନାୟକ ପ୍ରଥମ ଭାରତୀୟ ଭାବେ ଏହି ସମ୍ମାନ ପାଇଛନ୍ତି।

ସୁଦର୍ଶନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପଦକ, ସାର୍ଟିଫିକେଟ୍ ଓ ବାଲୁକା କଳାର ଫଟୋଚିତ୍ର ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ତାଙ୍କୁ ଓଡ଼ିଶାର ଆସେଟ୍ (Asset) ବୋଲି କହିଥିଲେ ଏବଂ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ୱର୍ଦ୍ଧିତ କରିଥିଲେ। ଏହି ସଫଳତା ପାଇଁ ସୁଦର୍ଶନ ପଟ୍ଟନାୟକଙ୍କୁ ପୂର୍ବରୁ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି।












Click it and Unblock the Notifications