ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି କରୁଥିବା ବେଳେ ଆସନ୍ତା ୩୦ ତାରିଖରେ ବନ୍ଦ ରହିବ।

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।












Click it and Unblock the Notifications