ବିଭିନ୍ନ ଜିଲ୍ଲାରେ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବଲାଙ୍ଗିର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା - ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର ମନ୍ଦିର, କେନ୍ଦୁଝର ଜିଲ୍ଲା ଯୋଡାରେ ୨୫୮.୭୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ କି.ମି. ବିଶିଷ୍ଟ ଓଡିଶାର ଦୀର୍ଘତମ ଫ୍ଲାଏ-ଓଭର ଓ ଖୋର୍ଦ୍ଧା ଜିଲ୍ଲା ଜଟଣି କୁଦିଆରିରେ ୧୦୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ୭୬୨ ମିଟର ଦୈର୍ଘ୍ୟବିଶିଷ୍ଟ ରେଳ ଓଭର-ବ୍ରିଜ, ଆଠମଲ୍ଲିକ-ଧଳପୁର ରାସ୍ତାରେ ମହନଦୀ ଉପରେ ୧୫୯.୩୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ କି.ମି ପରିବ୍ୟାପ୍ତ ଓଡିଶାର ଦୀର୍ଘତମ ସେତୁ, ରାକଡୋର- ଫସାଦ ରାସ୍ତାରେ ତେଲ ନଦୀ ଉପରେ ୪୫.୮୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୦୦ ମିଟର ଦୈର୍ଘ୍ୟ ବିଶିଷ୍ଟ ସେତୁ ଓ ୭୧.୫୯ କୋଟି ଟଙ୍କା ବ୍ୟୟରେ ବୌଦ୍ଧ-ମର୍ଯ୍ୟାକୁଦ ସଂଯୋଗିକରଣ ରାସ୍ତାରେ ମହାନଦୀ ଉପରେ ସେତୁ ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିତ୍ତି ଦିଆଯାଇଥିବା ପ୍ରକଳ୍ପ ଗୁଡିକ ହେଲା - କଟକ ଜିଲ୍ଲା ନେମାଳଠାରେ ୨୫ କୋଟି ଟଙ୍କା ବ୍ୟୟ ଅଟକଳରେ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠର ଉନ୍ନତିକରଣ କାର୍ଯ୍ୟ, ୩୨.୧୪ କୋଟି ଟଙ୍କା ବ୍ୟୟ ଅଟକଳରେ ଖୋର୍ଦ୍ଧା ମା' ଉଗ୍ରତାରା ଶକ୍ତିପୀଠର ଉନ୍ନତିକରଣ କାର୍ଯ୍ୟ, ୧୫୫.୭୨ କୋଟି ଟଙ୍କା ବ୍ୟୟ ଅଟକଳରେ ବୌଦ୍ଧ ଜିଲ୍ଲାର ବାଉଁଶୁଣୀ-ବୀରମହାରାଜପୁର ସଂଯୋଗୀକରଣ ରାସ୍ତାରେ ମହାନଦୀ ଉପରେ ୧୭୩୮ ମିଟର ଦୈର୍ଘ୍ୟବିଶିଷ୍ଟ ସେତୁ ନିର୍ମାଣ ।

Chief Minister

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଥିଲେ ଯେ 5T ଉପକ୍ରମରେ କାର୍ଯ୍ୟକାରୀ ହୋଇଥିବା ଏହି ପ୍ରକଳ୍ପ ଗୁଡିକ ପର୍ଯ୍ୟଟନ ଓ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଓଡିଶାର ଏକ ପ୍ରମୁଖ ପୀଠ ହେଉଛି ହରିଶଙ୍କର। Integrated Development of Heritage and Monuments and Tourist destination ଯୋଜନାରେ ହୋଇଥିବା ଏହି ପୀଠର ରୂପାନ୍ତରଣ କାର୍ଯ୍ୟ ଏଠାକୁ ଆସୁଥିବା ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ସଫଳ ହେବା ସହ ଅଞ୍ଚଳବାସୀଙ୍କ ଆର୍ଥିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ସେ ଆହୁରି ମଧ୍ୟ କହିଥିଲେ ଯେ ସଂସ୍କୃତି ଗୋଟିଏ ଜାତିର ଅସ୍ମିତାର ପରିଚୟ। ଏହାର ସୁରକ୍ଷା ଆମ ସମସ୍ତଙ୍କ ନୈତିକ ଦାୟିତ୍ୱ। କଟକ ଜିଲ୍ଲାର ଶ୍ରୀ ଶ୍ରୀ ଅଚ୍ୟୁତାନନ୍ଦଙ୍କ ଗାଦି ଓ ପୀଠ ଏବଂ ଖୋର୍ଦ୍ଧା ଜିଲ୍ଲାର ମା' ଉଗ୍ରତାରା ପୀଠର ରୂପାନ୍ତରଣ ପାଇଁ ଆଜି ଭିତ୍ତି ଦିଆଗଲା। ଏହି ମହାନ ପୀଠ ଗୁଡିକର ବିକାଶ ଦ୍ୱାରା ଓଡିଆ ଜାତିର ଭାବଗତ ବନ୍ଧନ ଆହୁରି ମଜବୁତ୍‌ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

କେନ୍ଦୁଝରର ଯୋଡାଠାରେ ରାଜ୍ୟର ସବୁଠାରୁ ବଡ ଫ୍ଲାଏ ଓଭର, ଜଟଣିଠାରେ ରେଳ ଓଭରବ୍ରିଜ, ତେଲ ନଦୀ ଉପରେ ହାଇ ଲେଭଲ ସେତୁ, ମର୍ଯ୍ୟାକୁଦ ରାସ୍ତା ହାଇ ଲେଭଲ ସେତୁ ଏବଂ ଆଠମଲ୍ଲିକ-ଧଳପୁର ରାସ୍ତାରେ ସବୁଠାରୁ ବଡ ସେତୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହିସବୁ ପ୍ରକଳ୍ପ ଆମର ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ମଜବୁତ୍‌ କରିବା ସହିତ ଯାତ୍ରା ସମୟକୁ ମଧ୍ୟ ହ୍ରାସ କରିବ। ଏହି ସବୁ ପ୍ରକଳ୍ପ ଦ୍ୱାରା ଲକ୍ଷ ଲକ୍ଷ ଲୋକ ଉପକାର ପାଇବେ। ଯୋଗାଯୋଗ ହେଉଛି ସମୃଦ୍ଧିର ଆଧାର ବୋଲି କହି 5T ଉପକ୍ରମରେ ଆଜି ରାଜ୍ୟରେ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆସିଛି ଏବଂ ଏହା ବିକାଶର ମାର୍ଗକୁ ପ୍ରଶସ୍ତ କରିଛି ବୋଲି କହିଥିଲେ।

ବିକାଶର ଏହି ଯାତ୍ରାରେ ରାଜ୍ୟବାସୀଙ୍କ ପୂର୍ଣ୍ଣ ସହଯୋଗ ଆମକୁ ଶକ୍ତି ଦେଉଛି ବୋଲି କହି ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ପାଇଁ ଏହି ସହଯୋଗ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଥିଲେ ଯେ କମ୍ ସମୟ ମଧ୍ୟରେ ବାବା ହରିଶଙ୍କରଙ୍କ ପୀଠ ରୂପାନ୍ତରଣ କାର୍ଯ୍ୟ ସମସ୍ତଙ୍କ ସହଯୋଗରେ ସୁନ୍ଦର ଭାବରେ ସମ୍ପୂର୍ଣ୍ଣ ହୋଇଛି। ଯୋଡାଠାରେ ଓଡିଶାର ଦୀର୍ଘତମ ଫ୍ଲାଏ ଓଭର ନିର୍ମାଣ ପାଇଁ ପୂର୍ତ୍ତ ବିଭାଗକୁ ଧନ୍ୟବାଦ ଦେଇଥିଲେ ଏବଂ ନେମାଳବାସୀଙ୍କୁ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଅନୁରୋଧ ରକ୍ଷା କରିଛନ୍ତି। ଖୁବ୍‌ ଶୀଘ୍ର କାମ ଆରମ୍ଭ ହେବ। ପୀଠର ଉନ୍ନତିକରଣ ପାଇଁ ସମସ୍ତେ ସହଯୋଗ କରିବାକୁ ସେ ଅନୁରୋଧ କରିଥିଲେ।

କାର୍ଯ୍ୟକ୍ରମରେ, ବୌଦ୍ଧଠାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ, ଖୋର୍ଦ୍ଧାଠାରେ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ପାଟଣାଗଡଠାରେ ବିଧାୟକ ଶ୍ରୀ ସରୋଜ କୁମାର ମେହେର, ଚମ୍ପୁଆଠାରେ ବିଧାୟିକା ଶ୍ରୀମତୀ ମିନାକ୍ଷୀ ମହନ୍ତ, ନେମାଳଠାରେ ବିଧାୟକ ଶ୍ରୀ ଚନ୍ଦ୍ର ସାରଥୀ ବେହେରା, ମାହାଙ୍ଗାଠାରେ ବିଧାୟକ ଶ୍ରୀ ପ୍ରତାପ ଜେନା, ଖୋର୍ଦ୍ଧାଠାରେ ଆମ ଓଡିଶା ନବୀନ ଓଡିଶା ସଂଯୋଜିକା ଶ୍ରୀମତୀ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର ଯୋଗଦେଇ କହିଥିଲେ ଯେ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ନେଇଥାନ୍ତି। ଓଡିଶାବାସୀ ଆଜି ଗର୍ବିତ ଏପରି ଜଣେ ମୁଖ୍ୟମନ୍ତ୍ରୀଙ୍କୁ ପାଇ। ଯିଏ କି ଲୋକଙ୍କ ମତାମତ ଆଧାରରେ ଦିନରାତି ଓଡିଶାବାସୀଙ୍କ କଲ୍ୟାଣ ଚିନ୍ତା କରିଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ କାର୍ଯ୍ୟକାରୀ ହେଉଥିବା ରୂପାନ୍ତରଣକୁ ସମଗ୍ର ବିଶ୍ୱ ଦେଖୁଛି। ଓଡିଶାକୁ ଏକ ସର୍ବଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ଏବଂ ଓଡିଶାବାସୀ କିଭଳି ଭଲରେ ରହିବେ ସେହି ଚିନ୍ତା କରି ମୁଖ୍ୟମନ୍ତ୍ରୀ ଏଭଳି ଯୁଗାନ୍ତକାରୀ ପଦକ୍ଷେପ ନେଉଛନ୍ତି ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଇ.ଆଇ.ସି ତଥା ସ୍ୱତନ୍ତ୍ର ଶାସନ ସଚିବ ଧନ୍ୟବାଦ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+