କନ୍ଧମାଳ ମେଡିକାଲ୍‌ କଲେଜ ଓ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ଦେଲେ ବଡ ଉପହାର

କନ୍ଧମାଳବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ଉଦଘାଟନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ମାଦିକୁନ୍ଦା ସ୍ଥିତ ରିଜର୍ଭ ପଡ଼ିଆ ହେଲିପ୍ୟାଡ୍‌ରେ ମୁଖ୍ୟମନ୍ତ୍ରୀ ଅବତରଣ କରିଥିଲେ।

mohan majhi

ତିଲକପଡ଼ାଠାରେ ନବନିର୍ମିତ ମେଡିକାଲ କଲେଜ ଯାଇଥିଲେ। ସେଠାରେ କଲେଜ ଉଦ୍‌ଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦ୍‌ବୋଧନ ଦେଇଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରୀଛାତ୍ର ପଢ଼ିବା ବ୍ୟବସ୍ଥା ଥିବା ବେଳେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+