ମାଲକାନଗିରିରେ ଗଡ଼ିଲା ଲକ୍ଷ୍ମୀ ବସ୍, ସମସ୍ତଙ୍କୁ ବିକାଶ ସହ ଯୋଡ଼ିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ
ମାଲକାନାଗିରି: ଉପାନ୍ତରେ ଯାତାୟତ ପାଇଁ ଆଉ ହେବନି ଅସୁବିଧା । ଦୂର ହେବ ଗମନାଗମନ ସମସ୍ୟା । ପଞ୍ଚାୟତରୁ ଜିଲ୍ଲା ମୁଖ୍ୟାଳୟକୁ ଯୋଡ଼ିବ ଲକ୍ଷ୍ମୀ ବସ୍ ସେବା ।
ଏ ନେଇ ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଷ୍ଟାଡିୟମରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବା ପରେ ନିଜେ ବସରେ ବସି ଏମଭି-3 ଯାଇଥିଲେ ମୁଖ୍ୟମନ୍ତ୍ରୀ । ଏମଭି-3ରେ ବସଷ୍ଟପର ଶୁଭାରମ୍ଭ କରିଛନ୍ତି ନବୀନ । ଏହି ଅବସରରେ ଆଦିବାସୀଙ୍କ ସହ ଭାବବିନିମୟ କରିଥିଲେ ।

ସିଏମଓଙ୍କ ଗସ୍ତବେଳେ ଗମନାଗମନ ଅସୁବିଧା ଜାଣିବା ପରେ ଏହିଠାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହା ପରେ ଆଜି ମାଲକାନଗିରିରେ ପତାକା ଦେଖାଇ ଲକ୍ଷ୍ମୀ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲକ୍ଷ୍ମୀ ଯୋଜନା ମାଲକାନଗିରି ଅର୍ଥନୀତିକୁ ସମୃଦ୍ଧ କରିବ । ଜିଲ୍ଲାରେ 36 ଟି ବସ ସେବା ଯୋଗାଇବ । ଜିଲ୍ଲାର 111 ଟି ପଞ୍ଚାୟତକୁ ବସ ସୁବିଧା ମିଳିବ । ଅର୍ଥନୀତି ସୁଦୃଢ ହେବ, ଗାଁ ଗାଁରେ ସମୃଦ୍ଧି ଆଣିବ । ଘରେ ଘରେ ଖୁସି ଆଣିବ । ଗୁରୁପ୍ରିୟା ସେତୁ ମାଲକାନଗିରି ବିକାଶର ମାଇଲଖୁଣ୍ଟ । ଲକ୍ଷ୍ମୀ ଯୋଜନା ଦ୍ବାରା ମାଲକାନଗିରି ବିକାଶ ଆହୁରି ଉଜ୍ଜ୍ୱଳ ହେବ । ପଞ୍ଚାୟତରୁ ଜିଲ୍ଲାକୁ ଏହି ଯୋଜନା ଯୋଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରବର୍ତ୍ତୀ ସମୟରେ ପୂରା ଓଡ଼ିଶାରେ ବସ୍ ଚଳାଚଳ କରିବ । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଚାଲିଛି ଲକ୍ଷ୍ମୀ ବସ ।
ଏହି ଲକ୍ଷ୍ମୀ ଯୋଜନା ଖୁସି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଶେଷକରି ଗ୍ରାମାଞ୍ଚଳ ଲୋକେ ଯାତାୟତରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ତାହା ଉପରେ ଅଧିକ ଫୋକସ କରାଯାଇଛି । ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା ।
ଯୋଜନା ଅଧିନରେ ସାରା ରାଜ୍ୟରେ ହଜାରେରୁ ଅଧିକ ବସ ଚଳାଚଳ କରିବ । ଏହି ଅବସରରେ ଜିଲ୍ଲାରେ 192 କୋଟି ବ୍ୟୟରେ 18 ଟି ଲୋକାଭିମୁଖି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ନବୀନ । ଏଥିସହ 601 କୋଟିରୁ ଅଧିକ ବ୍ୟୟର 96 ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications