ଆଜିର ଭାରତ ଆମର ପୂଜ୍ୟ ଶହୀଦ ଓ ସଂଗ୍ରାମୀମାନଙ୍କ ଅବଦାନ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିର ଭାରତ ଆମର ପୂଜ୍ୟ ଶହୀଦ ଓ ସଂଗ୍ରାମୀମାନଙ୍କ ଅବଦାନ । ସେମାନେ ଆମ ମାନସପଟ୍ଟରେ ଚିରଦିନ ପାଇଁ ଅମର ହୋଇ ରହିବେ । ଦେଶର ଅଗଣିତ ଶହୀଦ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ 'ମେରି ମାଟି ମେରା ଦେଶ' କାର୍ଯ୍ୟକ୍ରମ ଅବସରରେ 'ମାଟି କଳସ ଯାତ୍ରା'ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେ ଓଡିଶା ହେଉଛି ପୁଣ୍ୟ ଭୂମି । ଏ ମାଟିରେ ଦେଶର ସ୍ୱାଧୀନତା ତଥା ମାତୃଭୂମିର ଗୌରବ ପାଇଁ ଅନେକ ବୀର ଶହୀଦ ହୋଇଛନ୍ତି । ସେହି ବୀର ମାଟିର ସମ୍ମାନାର୍ଥେ ଆୟୋଜିତ ଏହି ମାଟି କଳସ ଯାତ୍ରା ଆମ ସମସ୍ତଙ୍କୁ ଦେଶର ଏକତା ଓ ଅଖଣ୍ଡତା ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ ।

meri mati mera desh

75 ତମ ସ୍ୱାଧୀନତା ଦିବସ ପାଳନର ଅନ୍ତିମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅବସରରେ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ 'ମେରି ମାଟି ମେରା ଦେଶ'ର ରାଜ୍ୟସ୍ତରୀୟ ସମାପନ ଦିବସ ପାଳନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଏପରି ଏକ ମହତର କାର୍ଯ୍ୟକ୍ରମର ପରିକଳ୍ପନା ପାଇଁ ଧନ୍ୟବାଦ ଦେବା ସହ ଏହି ସମସ୍ତ ପୁଣ୍ୟ ମାଟିର ସମାହାରରେ ନୂଆଦିଲ୍ଲୀରେ ନିର୍ମିତ ଅମୃତ ବାଟିକା ଆଗାମୀ ଦିନରେ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ତୀର୍ଥ ସ୍ଥଳରେ ପରିଗଣିତ ହେବ ବୋଲି କହିଥିଲେ । ଏହି ଅମୃତ ବାଟିକା ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମକୁ ଜାଗ୍ରତ କରିବା ସହ ଆଗାମୀ ପୀଢିକୁ ସଂଗ୍ରାମୀମାନଙ୍କର ତ୍ୟାଗ ଓ ବଳୀଦାନର ମୂଲ୍ୟବୋଧ ସମ୍ପର୍କରେ ଅବଗତ କରାଇବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ଏହି କାର୍ଯ୍ୟକ୍ରମ ଆମ ସ୍ୱାଧୀନତା ସଂଗ୍ରାମର ଇତିହାସକୁ ଆହୁରି ଉଜ୍ଜ୍ୱଳ କରିବ ଏବଂ ଏକ ନୂଆ ଓଡିଶା ତଥା ନୂଆ ଭାରତ ଗଠନ ପାଇଁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ ।

ଏହି ଅବସରରେ ସବୁ ପଞ୍ଚାୟତରେ 'ମେରି ମାଟି ମେରା ଦେଶ' କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓଡିଶାର ସବୁ ଭାଇ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ମାଟି କଳସ ଯାତ୍ରାରେ ସାମିଲ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ । ଆସନ୍ତା କାଲିଠାରୁ ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି କଳସ ଯାତ୍ରା ଆରମ୍ଭ ହେବ ।

କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ପଞ୍ଚାୟତିରାଜ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ପ୍ରଦୀପ ଅମାତ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟ ସରକାର ବୀର ସଂଗ୍ରାମୀମାନଙ୍କ ପ୍ରତି ସମ୍ମାନ ଜଣାଇ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜ୍ୟର ସବୁ ପଞ୍ଚାୟତରେ ଜନସାଧାରଣ ସାମିଲ ହୋଇ ବୀର ସଂଗ୍ରାମୀମାନଙ୍କ ଅବଦାନକୁ ସ୍ମରଣ କରି ସମ୍ମାନ ଜଣାଇଛନ୍ତି ।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର କହିଲେ ଯେ ଏହି କାର୍ଯ୍ୟକ୍ରମ ଆମ ସମସ୍ତଙ୍କୁ ଏକ ମନ ଏକ ପ୍ରାଣ ହୋଇ ରାଜ୍ୟ ଓ ଦେଶ ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+