ବ୍ରହ୍ମପୁର ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଛନ୍ତି।

ବ୍ରହ୍ମପୁର: ରୂପାନ୍ତରର(Transformation) ଅନନ୍ୟ ଉଦାହରଣ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ । ଅବ୍ୟବହୃତ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ପଡି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକ ମାନଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି ।

ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍‌ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି । ଏହି ଅବସରରେ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଛନ୍ତି। ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି ।

Ramlingeshwar Reservoir

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି । ଏହା ହେଉଛି ପରିବର୍ତ୍ତନ, Transformation. ରାମଲିଙ୍ଗେଶ୍ବର ଜଳାଶୟ ଓ ପାର୍କ ଆଜି ଗଂଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି । ଏହା ଆଜି ସମ୍ଭବ ହୋଇପାରିଛି, ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁ ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

କୋଭିଡ ସମୟରେ ଗଂଜାମର ଜନସାଧାରଣଙ୍କର ଦୃଢ ମନୋବଳର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଂଜାମର ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଂଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂଗ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ।

ସୂଚନାଯୋଗ୍ୟ ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ । ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା ।0 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା । ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଂକରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢିତୋଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+