ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ; ଉପକୃତ ହେବେ ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ

ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଥିବା ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଆଜି ଘୋଷଣା କରିଛନ୍ତି । ପୂର୍ବରୁ ଏହି ଶିକ୍ଷକମାନେ ୭ ହଜାର ଟଙ୍କା ପାଉଥିଲେ । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ମାସିକ ୨୪ଟି ପିରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ । ଏହା ସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ ।

Naveen Patnaik

ସୂଚନାଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ, ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି । ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+