ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବା ସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନ ରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହା ନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।












Click it and Unblock the Notifications