କେନ୍ଦୁଝରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ। ସେଠାରେ ଟେକ୍ସଟାଇଲ ପାର୍କ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ସେଠାରେ ଧରଣୀଧର ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଏକ ସାଧାରଣ ସଭାରେ ଯୋଗ ଦେଇ ଜିଲା ତଥା ରାଜ୍ୟର ବିକାଶ ପାଇଁ ସରକାରଙ୍କ ଆଭିମୁଖ୍ୟ ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ। ଜିଲାର ବିଭିନ୍ନ ସ୍ଥାନରୁ ବହୁ ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ। ଟ୍ରାଫିକ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା ଏବଂ ସଭାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଇସ୍ପାତ କାରଖାନା ସହିତ ଆଇଟି ଓ ଟେକ୍ସଟାଇଲ କ୍ଷେତ୍ରରେ ରାଜ୍ୟକୁ ସମୃଦ୍ଧ କରିବାକୁ ବିଭିନ୍ନ ଜିଲାରେ ଏଭଳି କାର୍ଯ୍ୟକ୍ରମ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏମ୍‌ପି ଅନନ୍ତ ନାୟକ, ବିଧାୟକ ଅଖିଳ ନାୟକ, ଡକ୍ଟର ଫକୀର ନାୟକ, ଜିଲାପାଳ ବିଶାଲ ସିଂହ ସମେତ ବହୁ ଉପସ୍ଥିତ ଥିଲେ।

cm
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+