ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡିରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ ।

Antyoday Griha Yojana

ଏଥିପାଇଁ ଅନଲାଇନ ଆବେଦନ ଖୋଲିବ । ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ପଞ୍ଜିକୃତ କରିହେବ । ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି । ମୋହନ ସରକାର ବଜେଟ୍‌ରେ ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି ।

ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ ଅନ୍ତୋଦୟ ଗୃହ ଯୋଜନା' ରାଜ୍ୟ ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଯୋଜନା ରହିଛି। ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଚଳିତ ବଜେଟ୍‌ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+