ନୂଆପଡାରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜୟ ଢୋଲକିଆ ନିର୍ବାଚିତ ହେଲେ .....
ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କୋମନାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ସେ ଏକ ରୋଡ୍ ସୋ' କରିଛନ୍ତି। ଏହି ସମୟରେ ବିରାଟ ଜନସଭାକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କରି କହିଛନ୍ତି, ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି।ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ। କିଛି ଦିନ ତଳେ ବିରୋଧୀଦଳ ନେତା ଜୟଙ୍କୁ ବେଇମାନ କହିଥିଲେ।

ପୂର୍ବରୁ କେବେ ତାଙ୍କ ମୁହଁରୁ ଏପରି ଶବ୍ଦ ବାହାରେ ନାହିଁ। କେହି ତାଙ୍କୁ ସ୍କ୍ରିପ୍ଟ ଲେଖି ଦେଇଥିଲେ, ତାହା ସେ ପଢ଼ିଦେଲେ। 'ବେଇମାନ' ଶବ୍ଦର ଅର୍ଥ ବୋଧେ ସିଏ ବୁଝି ପାରି ନ ଥିବେ। ବିଜେପୁର, କାକଟପୁର ଓ ନର୍ଲାରେ ବିଜେଡି କରିଥିବା କାର୍ଯ୍ୟକୁ ମନେ ପକାଇବାକୁ କହି ସେ ପ୍ରଶ୍ନ କରିଛନ୍ତି, ଏହା ବେଇମାନୀ ନ ଥିଲା କି? ବେଇମାନ କିଏ ଓ କେତେ ଥର ବେଇମାନୀ କରିଛନ୍ତି ସମସ୍ତେ ଜାଣିଛନ୍ତି। ଯେଉଁମାନେ ଦଳକୁ ଆଣିଥିଲେ, ସେମାନଙ୍କୁ ତଡ଼ି ଦେଇ ବେଇମାନୀ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି।












Click it and Unblock the Notifications