ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ , ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା
ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ ଖାଲି ପଡ଼ିଛି ୬ଟି ମନ୍ତ୍ରୀ ପଦ। ଜଣେ ଜଣେ ମନ୍ତ୍ରୀଙ୍କ ହାତରେ ଅଛି ଏକାଧିକ ବିଭାଗ। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି। କିଏ ପଡିବେ ବାଦ୍, କିଏ ହେବେ ସାମିଲ ତାକୁ ନେଇ ଚର୍ଚ୍ଚା।

ଏହି ବୈଠକଟି ବହୁତ ସମୟ ଧରି ଚାଲିଥିଲା। ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ସମୟରେ ଉଭୟଙ୍କ ମଧ୍ୟରେ କ'ଣ ଆଲୋଚନା ହୋଇଥିଲା ସେ ବିଷୟରେ କୌଣସି ସୂଚନା ମିଳି ନାହିଁ। ଏହି ବୈଠକକୁ ରାଜନୈତିକ ମହଲରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି କାରଣ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୁବ୍ ଶୀଘ୍ର ତାଙ୍କ ମନ୍ତ୍ରିମଣ୍ଡଳରେ ପୁନର୍ଗଠନ କରିବାକୁ ଯାଉଛନ୍ତି ବୋଲି କଳ୍ପନାଜଳ୍ପନା ଜୋର ଧରିଛି।












Click it and Unblock the Notifications