ମମତା ମହାନ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

mohancharanmajhi

ବିଧାନସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ ଜଗନ୍ନାଥ ପ୍ରଧାନ ଓହରିଯିବା ପରେ ରାଜ୍ୟସଭା ସାଂସଦ ଭାବେ ମମତା ମହାନ୍ତ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ନିର୍ବାଚିତ ହେବା ପରେ ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ସାର୍ଟିଫିକେଟ ଗ୍ରହଣ କରିଥିଲେ।

କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ୨୦୨୦ ମସିହାରେ ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା'ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ ପୂର୍ବରୁ ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ସହିତ ବିଜେଡିରୁ ଇସ୍ତଫା ଦେଇଥିଲେ। ଏହା ପରେ ସେ ବିଜେଡି ଉପରେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ଏମିତିକି ତାଙ୍କୁ ନିର୍ବାଚନ ପରେ ବିଜେଡିରୁ ବାହାର କରି ଦେବାକୁ ଧମକ ଦିଆଯାଇଥିଲା। ବିଜେଡି ଛାଡ଼ିବା ପର ଦିନ ଅର୍ଥାତ୍ ଅଗଷ୍ଟ ୧ ତାରିଖରେ ସେ ବିଜେପିରେ ମିଶିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+