୯୪୧ ଜଣ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ ସମୀକ୍ଷା କରାଯାଉଛି।

Mohan Charan Majhi

ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ଏକ ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଏହା କହିଛନ୍ତି।

ସ୍ଥାନୀୟ ଓଡ଼ିଶା କୃଷି ଏବଂ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୃଷି ଶିକ୍ଷା ସଦନରେ ଆୟାଜିତ ସମାରୋହରେ ରାଜ୍ୟ ସରକାର ଆଜି ୯୪୧ ଜଣଙ୍କୁ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇଛନ୍ତି। ଏହି ଅବସରରେ ନବନିଯୁକ୍ତ ପ୍ରାର୍ଥୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ଦ୍ଵାରା ଆମ ସରକାର ଏବଂ ଏହି ବିଭାଗର ଶକ୍ତି ବୃଦ୍ଧି ପାଇବ। ଏହାଦ୍ବାରା ଆଗାମୀ ଦିନରେ ଆବଶ୍ୟକ ସମୟରେ ଜରୁରୀକାଳୀନ ସେବା ଯୋଗାଇଦେବା ପାଇଁ ଅଧିକ ଦକ୍ଷତାର ସହିତ ବିଭାଗ କାର୍ଯ୍ୟ କରିବ। ଏଥିସହିତ ଲୋକଙ୍କ ଧନ ଜୀବନ ସୁରକ୍ଷା ସୁନିଶ୍ଚିତ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+