ଖୋଲିଲା ମହାପ୍ରଭୁଙ୍କ ରତ୍ନ ଭଣ୍ଡାର, ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଖୋଲିଲା ମହାପ୍ରଭୁଙ୍କ ରତ୍ନ ଭଣ୍ଡାର। ଏନେଇ ସାରା ଜଗନ୍ନାଥ ଭକ୍ତଙ୍କ ମଧ୍ୟରେ ଖେଳି ଯାଇଛି ଉତ୍ସାହ । ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର ଖୋଲିଛନ୍ତି। ଏନେଇ ଖବର ଆସିବା ପରେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

mohancharan majhi

ସୋସିଆଲ ମିଡିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିଛି। ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍‌ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। ଜୟ ଜଗନ୍ନାଥ' ବୋଲି ସେ କହିଛନ୍ତି।

ପ୍ରକାଶ ଯେ,ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା'ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି। ୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+