ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ ଘର, ଭତ୍ତା ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ରହୁଥିବାରୁ ମୁଖ୍ୟମନ୍ତ୍ରୀ ଏଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ପ୍ରଶାସନ ପକ୍ଷରୁ ଏହି ସବୁ ସମସ୍ୟାଗୁଡିକୁ ତୃଣମୂଳ ସ୍ତରରେ ସମାଧାନ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ।

mohan majhi

ଦିବ୍ୟାଙ୍ଗ ମାନଙ୍କ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଥାନ୍ତି। ସେମାନଙ୍କ ଅଭଯୋଗକୁ ସେ ପ୍ରଥମେ ଶୁଣାଣି କରିଥାନ୍ତି। ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ୩୦ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ । ପ୍ରତ୍ୟେକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଖକୁ ମୁଖ୍ୟମନ୍ତ୍ରୀ ନିଜେ ଯାଇ ସେମାନଙ୍କ ସମସ୍ୟା ଶୁଣିଥିଲେ ଏବଂ ସମାଧାନ ପାଇଁ ମଧ୍ୟ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭିନ୍ନକ୍ଷମ ଅଭିଯୋଗକାରୀମାନେ ଆଶା ଓ ଭରସା ସହିତ ଆନନ୍ଦ ମନରେ ଫେରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+