ଦୁଇ ଦିନିିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ

ଦୁଇ ଦିନିିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ । ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ 'ଉତ୍କର୍ଷ ୨୦୨୫'ର ପ୍ରାକ୍‌ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି ।

ଦିଲ୍ଲୀ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, ସେ ୨ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଓଡ଼ିଶାକୁ ବଡ଼ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଲାଗି ତାଙ୍କ ଉଦ୍ୟମ ଜାରି ରହିବ। ପୁଞ୍ଜିନିବେଶକାରୀଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିବେ। ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ ରେ ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ୍‌ ଓଡ଼ିଶା ୨୦୨୫ କନ୍‌କ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି। ଫୁଡ୍‌ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସାଙ୍ଗକୁ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ।

Chief Minister Mohan Charan Majhi

ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକାରାତ୍ମକ ଇକୋ ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବେ। ଆସନ୍ତା ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷିତ କରିବା ହେଉଛି ତାଙ୍କର ଲକ୍ଷ୍ୟ। ଖୁସିର ବିଷୟ ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି। ଜଗନ୍ନାଥଙ୍କ ଆଶୀର୍ବାଦରେ ଓଡ଼ିଶାକୁ ଦ୍ରୁତ ଶିଳ୍ପାୟନ ପଥରେ ଆଗେଇନେବା ପାଇଁ ତାଙ୍କ ପ୍ରଚେଷ୍ଟା ଜାରି ରହିବ। ରାଜ୍ୟବାସୀଙ୍କ ପକ୍ଷରୁ ଏହି କାର୍ଯ୍ୟର ଶୁଭାରମ୍ଭ କରିବାକୁ ଯାଉଛି, ସମସ୍ତେ ଆଶୀର୍ବାଦ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସାଡର, ହାଇ କମିଶନର, ଟ୍ରେଡ୍‌ କମିଶନର, କନ୍‌ସଲ୍ଟ ଜେନେରାଲଙ୍କ ସହ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ହେବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଶେଷରେ ଏକ ରୋଡ୍‌ ଶୋ ଆୟୋଜିତ ହେବ। ଆସନ୍ତା ଜାନୁଆରୀ ୨୮ ଏବଂ ୨୯ରେ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜନ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+