ହରିୟାଣା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ନୂଆ ସରକାରର ଶପଥ ସମାରୋହ ଉତ୍ସବରେ ହେବେ ସାମିଲ

ହରିୟାଣାରେ ବିଜେପି ନେତୃତ୍ୱାଧୀନ ନୂଆ ସରକାରର ଶପଥ ସମାରୋହ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହିତ ଚଣ୍ଡିଗଡ଼ଠାରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Mohan Charan Majhi

ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆସନ୍ତାକାଲି ଅପରାହ୍ନରେ ଚଣ୍ଡିଗଡ଼ ଅଭିମୁଖେ ଗସ୍ତ କରିବେ । ସେଠାରେ ୧୭ ତାରିଖରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ । ଅପରାହ୍ନରେ ଶ୍ରୀ ମାଝୀ ଚଣ୍ଡିଗଡ଼ଠାରେ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସାମିଲ ହେବେ ।

ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁମ୍ବାଇ ଗସ୍ତରେ ଯାଇ ୧୮ତାରିଖ ଅପରାହ୍ନ ଓ ୧୯ତାରିଖ ପୂର୍ବାହ୍ନରେ ମୁମ୍ବାଇର ଏକ ତାରକା ହୋଟେଲରେ ଆୟୋଜିତ ନିବେଶକ ସମ୍ମିଳନୀରେ ସାମିଲ ହେବେ । ଇଣ୍ଡିଆନ କେମିକାଲସ ଆଣ୍ଡ ପେଟ୍ରୋକେମିକାଲସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବା ସହ ମେକ୍ ଇନ୍ ଓଡ଼ିଶା ପାଇଁ ନିବେଶକଙ୍କ ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୧୯ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+