ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହେଉଥିବା ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ-୨୦୨୫ । ଜାନୁଆରୀ ୧୩ ରୁ ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଥିବା ଏହି କୁମ୍ଭମେଳାରେ ବର୍ତ୍ତମାନ ସୁଦ୍ଧା ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇସାରିଛନ୍ତି।

ଆସନ୍ତା ୨୬ ତାରିଖରେ ଶେଷ ହେବାକୁ ଥିବା ଏହି ଦିବ୍ୟ ମେଳାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ବୁଡ ପକାଇ ସାରିଛନ୍ତି। ଏବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ବୁଡ଼ ପକାଇବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ। ଏହା ପରେ ସେ ଅଯୋଧ୍ୟାରେ ରାମଲଲାଙ୍କୁ ଦର୍ଶନ କରିବେ।












Click it and Unblock the Notifications