ମାଙ୍କ ନବମୀ ପୂଜାରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜା ପାଇଁ ଉତ୍ସବମୁଖର ହୋଇଛି ଗାଁଠୁ ସହର ।ଦୁର୍ଗା ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା' ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ।

ତେବେ ଦୁର୍ଗାପୂଜାରେ ୩ ପ୍ରମୁଖ ଦଳର ନେତୃବୃନ୍ଦ ପୂଜା ମଣ୍ଡପ ବୁଲି ମା'ଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଭାଜପା କଟକ ନଗର (ଜିଲା) ସଭାପତି ଲଲାଟେନ୍ଦୁ ବଡୁ, ପୂର୍ବତନ ମନ୍ତ୍ରୀ ସମୀର ଦେ, ଦଳର ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ଓ ବିଧାୟକ ପ୍ରକାଶ ସେଠୀ ପ୍ରମୁଖ ଭେଟି କଟକର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମାଝୀ ଆସନ୍ତା ଶନିବାର ମହାନବମୀରେ କଟକ ଗସ୍ତ କରି ପୂଜା
ମଣ୍ଡପ ବୁଲିବେ ବୋଲି ପ୍ରତିଶ୍ରୁତି ଦେଇଥିବା ବଡୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ସକାଳ ୯ଟା ୩୦ ମିନିଟ୍ରେ କଟକରେ ପହଞ୍ଚତ୍ବେ। ଚୌଧୁରୀ ବଜାର, ଚାନ୍ଦିନୀଚୌକ ଓ ମଙ୍ଗଳାବାଗ ଭଳି ୧୫ଟି ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କିଛିଦିନ ପୂର୍ବେ ଦଳର ନେତୃବୃନ୍ଦମାନେ ପୂଜା ମଣ୍ଡପ ବୁଲିବା ପାଇଁ ନିମନ୍ତ୍ରଣ କରିଥିଲେ। ଗୁରୁବାର ମହାସପ୍ତମୀରେ କଟକ ଗସ୍ତ କରିବା ପାଇଁ ନବୀନ ପ୍ରତିଶ୍ରୁତି ଦେଇଥିଲେ। ତେବେ ନବୀନଙ୍କ କଟକ ଗସ୍ତ ନେଇ ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଜିଲା ସଭାପତି ଦେବାଶିଷ ସାମନ୍ତରାୟ କହିଛନ୍ତି, ମହାସପ୍ତମୀରେ ନବୀନ ପଟ୍ଟନାୟକ କଟକ ଗସ୍ତ କରିବେ ନାହିଁ। ହେଲେ ଅନ୍ୟ ଦିନ ଅଥବା ଅଷ୍ଟମୀ, ନବମୀ ଓ ଦଶମୀରେ କଟକ ଆସି ପୂଜା ମଣ୍ଡପ ବୁଲିପାରନ୍ତି। ସେହିପରି ଦଶହରାରେ ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଓ ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମ ଦଳୀୟ କର୍ମୀଙ୍କ ସହ ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications