ଓଡ଼ିଶା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବଢ଼ାଇଥିବା -ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି' ଜଣାଇଲେ ମୁଖ୍ୟମନ୍ତ୍ରୀ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ପାଇଁ ବିନମ୍ର ଶ୍ରଦ୍ଧାଞ୍ଜଳି' ଅର୍ପଣ କରିଛନ୍ତି । 'ଆସନ୍ତୁ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ ସଂକଳ୍ପକୁ ଆହୁରି ଦୃଢ଼ କରିବା' ।

mohan majhi

ଏହି ଅପସରରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଓଡ଼ିଶାର ଇତିହାସ ଗଭୀର ଓ ଗୌରବମୟ। ପ୍ରାଚୀନ କଳିଙ୍ଗ ସାମ୍ରାଜ୍ୟରୁ ଆରମ୍ଭ କରି ଆଧୁନିକ ଯୁଗ ପର୍ଯ୍ୟନ୍ତ ଏହାର ଯାତ୍ରା ଅନୁପ୍ରେରଣାଦାୟୀ। ଏହି ଦିନ ଉତ୍କଳ କେଶରୀ ହରେକୃଷ୍ଣ ମହତାବ, ମଧୁସୂଦନ ଦାସ ଆଦି ମହାନ ନେତାଙ୍କ ଯୋଗଦାନକୁ ମଧ୍ୟ ସ୍ମରଣ କରାଯାଏ, ଯେଉଁମାନେ ଓଡ଼ିଶାର ସ୍ୱାଭିମାନ ପାଇଁ ସଂଘର୍ଷ କରିଥିଲେ।

ଓଡ଼ିଆ ନୂଆବର୍ଷ ଅବସରରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆ ଯାଇଛି। ଦୀର୍ଘ ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ (ରାଜ୍ୟ ସ୍ତରୀୟ ଓ ଜିଲା ସ୍ତରୀୟ କାର୍ଯ୍ୟକ୍ରମ) ଆୟୋଜନ କରାଯିବା ପାଇଁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+