ସାଧାରଣ ଜନତାଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ; ପ୍ରଥମ ଦିନରେ ପ୍ରବଳ ଭିଡ଼
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି । ଫଳରେ ପ୍ରଥମ ଦିନରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି । ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି ।
ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ । ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ସ୍ଥିତି ପରଖିଥିଲେ । ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ ବ୍ୟବସ୍ଥା ମଧ୍ୟ କରାଯାଇଛି ।
କ୍ରମାନ୍ବୟରେ ଲୋକେ କିପରି ଆସିବେ ସେନେଇ ଅଧିକାରୀଙ୍କ ସହିତ କଥା ହୋଇଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମୟରେ ୩୦ଜଣ ବସିବା ପାଇଁ ବ୍ୟବସ୍ଥା ରହିବ। ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ସହ ଅନ୍ୟାନ୍ୟ ବ୍ୟବସ୍ଥା ୨ ଦିନରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହାସହ ସଚିବ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ବୁଲି ଦେଖିଛନ୍ତି। ଖୁବ୍ଶୀଘ୍ର ବାସଭବନ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅଭିଯୋଗ ପ୍ରକୋଷ୍ଠ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବୁଲି କାମ ତଦାରଖ କରିଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେଠାରେ ଥିବା କାଉଣ୍ଟରରେ ପଞ୍ଜୀକରଣ କରିବାକୁ ପଡ଼ିବ।
ତେବେ ପ୍ରତି ସୋମବାର ସକାଳ ୯ଟାରୁ ପ୍ରକୋଷ୍ଠରେ ପହଞ୍ଚି ପଞ୍ଜିକରଣ କରିବା ପାଇଁ ପଡିବ ଏବଂ ଦିନ ୧୧ରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବା ନେଇ ସୂଚନା ରହିଛି । ସେହିପରି ଏଠାରେ ଲୋକଙ୍କ ପାଇଁ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ ଲୋକଙ୍କ ପାଇଁ କରାଯାଇଛି ।
ଆଜି ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ଏଠାରେ ଲୋକଙ୍କ ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେବେ ।












Click it and Unblock the Notifications