ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ଆଜି ସକାଳ ୧୦ ଟା ୨୦ମିନିଟ୍‌ରେ ରିଜର୍ଭ ପଡ଼ିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଞ୍ଚିବେ । ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି।

ଶନିବାର ମୁଖ୍ୟମନ୍ତ୍ରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରବିବାର ଡିଡି ୟୁନିଭରସିଟିି ପଡ଼ିଆରେ ମୋହନ ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Chief Minister Mohan Majhi

ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ । ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା । ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୁରିବା ଅବସରରେ ପୁରୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକ ବିରୋଧୀ କାର୍ଯ୍ୟ ଯୋଗୁଁ ୨୪ ବର୍ଷର ସରକାର ପତନ ଘଟିଲା । ପୂର୍ବ ସରକାର ମହାପ୍ରଭୁଙ୍କୁ ମଧ୍ୟ ଭୋଟ ରାଜନୀତିରେ ବ୍ୟବହାର କଲେ । ହେଲେ ଆମ ସରକାରର ସଂକଳ୍ପ ପତ୍ର ହେଉଛି ଧର୍ମଗ୍ରନ୍ଥ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସଂକଳ୍ପ ପତ୍ରରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ। ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ। ପୂର୍ବ ସରକାର ଅଭିଯୋଗ ଶୁଣୁନଥିଲେ, ବରଂ ତାଙ୍କ ଇଚ୍ଛାରେ କାର୍ଯ୍ୟ କରୁଥିଲେ । ଭୁବନେଶ୍ବରରେ ଅଭିଯୋଗ ଶୁଣୁଛି, ହେଲେ ଆଗାମୀ ଦିନରେ ସବୁ ଜିଲ୍ଲାରେ ଅଭିଯୋଗ ପ୍ରକୋଷ୍ଠ କରି ଶୁଣାଣି ହେବ ।

ସେହିପରି ଶହେ ଦିନ ପୂର୍ତ୍ତିରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଦଣ୍ଡ ଦେଉଥିଲେ । ଆମ ସରକାର ଲାଞ୍ଚ ଓ ଦୁର୍ନୀତି ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୫୮ ଜଣ ଦୁର୍ନୀତିଖୋର ଅଫିସରଙ୍କୁ ଗିରଫ କରାଯାଇଛି।

ଆଜି ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ବିଧାୟକ ଏବଂ ସାଂସଦ ସାମିଲ ଥିଲେ । ତେବେ ଅଭିଯୋଗ ନେଇ ବିରୋଧୀ ବିଜେଡିର ପ୍ରତିକ୍ରିୟା ମିଳିପାରିନି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+