ଆଜିଠୁ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡରେ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ନିର୍ବାଚନ ପୂର୍ବରୁ ଆୟୋଜିତ ହେଉଥିବା ଏକ ରାଲିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ। ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପଶ୍ଚିମ ସିଂହଭୂମି ଓ କୋଲହାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି। ସେସବୁ ସ୍ଥାନକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓଡ଼ିଆ ଭାଷାଭାଷୀଙ୍କ ଉପରେ ପ୍ରଭାବ ପକାଇବ।

ସେହିପରି ସୀମାନ୍ତ ପଡ଼ୋଶୀ ଜିଲ୍ଲା ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର ବିଜେପିର ବରିଷ୍ଠ ନେତା, ସାଂସଦ, ବିଧାୟକ ବି ଝାଡ଼ଖଣ୍ଡ ଯିବେ ବୋଲି ସୂଚନା ମିଳିଛି।

Mohan Majhi

ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ପ୍ରାକ୍ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ସେହିପରି ୧ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଚାଇଁବାସାର କୋଲ୍‌ହାନ୍ ଯାଇ ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ । ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲ୍‌ହାନ୍‌ରେ ବହୁ ସଂଖ୍ୟାକ ଓଡ଼ିଆ ଭାଷାଭାଷୀ ଲୋ‌କେ ବସବାସ କରନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଗାମୀ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଦୁଇ ଦିନ ତଳେ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଭେଟିଥିଲେ । ହିମନ୍ତ ବିଶ୍ୱଶର୍ମା ଝାଡ଼ଖଣ୍ଡ ବିଜେପିର ସହ ପ୍ରଭାରୀ ଅଛନ୍ତି। ଝାଡ଼ଖଣ୍ଡ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+