ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଧନୁଯାତ୍ରା ପଡ଼ିଆକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଏକ ସୁସଜ୍ଜିତ ହାତୀ ପିଠିରେ ବସି ମଥୁରା ନଗରୀ ପରିକ୍ରମା କରିଥିଲେ। ହାତୀ ଉପରେ ବସି ମୁଖ୍ୟମନ୍ତ୍ରୀ ମହାରାଜା କଂସଙ୍କ ଦରବାରକୁ ଯାଇଥିଲେ, ଯାହା ସେଠାରେ ଉପସ୍ଥିତ ଦର୍ଶକଙ୍କ ପାଇଁ ଏକ ମୁଖ୍ୟ ଆକର୍ଷଣ ସାଜିଥିଲା।

ସୂଚନାନୁସାରେ, ସନ୍ଧ୍ୟା ୬ଟାରୁ ୭ଟା ୨୫ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରଙ୍ଗମହଲରେ ଉପସ୍ଥିତ ରହି ଧନୁଯାତ୍ରାର ବିଭିନ୍ନ କାର୍ଯ୍ୟକ୍ରମ ଉପଭୋଗ କରିବେ। ରାତି ୮ଟାରେ ସେ ସ୍ଥାନୀୟ ସର୍କିଟ ହାଉସରେ ପହଞ୍ଚି ସେଠାରେ ରାତ୍ରି ରହଣୀ କରିବାର କାର୍ଯ୍ୟକ୍ରମ ରହିଛି। ବୁଧବାର ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲା ସୋହେଲା ବ୍ଲକର ଘେଁସ ଠାରେ ଆୟୋଜିତ 'ବୀରତା ଦିବସ' କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications