ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି; ଆଜି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ । ରାଜ୍ୟରେ ବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରେ ଏହା ପ୍ରଥମ ଦିଲ୍ଲୀ ଗସ୍ତ ।

ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତକାର କରିବେ । ଏଥିସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅମିତ ଶାହାଙ୍କୁ ମଧ୍ୟ ଭେଟିବେ।

ବିକଶିତ ଓଡ଼ିଶା ପାଇଁ ମୋଦୀ ଯେଉଁ ରୋଡ ମ୍ୟାପ ପ୍ରସ୍ତୁତ କରିଛନ୍ତି ସେହି ମନ୍ତ୍ର ନେଇ ଫେରିବେ ନୂଆ ସରକାରର ଶୀର୍ଷ ନେତୃତ୍ୱ । ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ ।

Mohan Majhi

ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ । ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ । ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ମଧ୍ୟାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ଼ହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+