ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; କହିଲେ ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା ହେବନି
ମହାପ୍ରଭୁଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ବାର ଖୋଲାଗଲା। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଲୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ।
ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ ବୋଲି ସେ କହିଛନ୍ତି । ସରକାର ଆସିବାର ଆଜି ଆରମ୍ଭ ହୋଇଛି,ସମସ୍ତ ପଦକ୍ଷେପ ନିଆଯିବ। ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା ସୃଷ୍ଟି ହେବ ନାହିଁ ବୋଲି ସେ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ ଆଜି ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି।

ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ କାମନା କରିଥିଲେ। ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରି ସେ ଚାରି ଦ୍ଵାର ପ୍ରଦକ୍ଷିଣ କରିଥିଲେ। ଏହା ସହିତ ସବୁ ଦ୍ଵାର ଖୋଲା ଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭକ୍ତ ମାନଙ୍କ ଭାବାବେଗକୁ ଓ ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ କ୍ୟାବିନେଟରେ ଏଥିପାଇଁ ନିଷ୍ପତ୍ତି ନିଆ ଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ଆଜି ଚାରି ଦ୍ଵାର ଖୋଲାଗଲା।












Click it and Unblock the Notifications