ବିଳମ୍ୱିତ ରାତିରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଳମ୍ୱିତ ରାତ୍ରୀରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ପରିସ୍ଥିତି ଓ ମୁକାବିଲା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି।ସମୀକ୍ଷା ପରେ ଗଣ ମାଧ୍ୟମରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୫,୮୪,୮୮୮ ଜଣ ବ୍ୟକ୍ତିଙ୍କୁ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଇଛି।

ଆଜି ରାତି ସୁଦ୍ଧା ୬ ଲକ୍ଷରୁ ଅଧିକ ହେବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟାର ସମ୍ଭାବିତ ଗତିପଥକୁ ଦେଖି ୩,୬୨,୦୦୦ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ଲକ୍ଷ୍ୟ ରଖା ଯାଇଥିଲା। ତେବେ, ଅନ୍ୟାନ୍ୟ ଜିଲ୍ଲାରେ ବାତ୍ୟାର ସମ୍ଭାବନାକୁ ଦୃଷ୍ଟିରେ ରଖି ଅଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏହା ଫଳରେ ଆମେ ଲକ୍ଷ୍ୟରୁ ବହୁତ୍ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରି ପାରିଛୁ।

Chief Minister mohan majhi

ସେ କହିଥିଲେ ଯେ ବାତ୍ୟାକୁ ଦୃଷ୍ଟିରେ ରଖି ଗର୍ଭବତୀ ମହିଳା ମାନଙ୍କୁ ମଧ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ଓ ମା ଗୃହକୁ ଅଣାଯାଇଥିଲା। ୪୪୩୧ ଜଣ ଗର୍ଭବତୀ ମହିଳା ସ୍ଥାନାନ୍ତରିତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୬୦୦ ମହିଳା ନବଜାତ ଶିଶୁଙ୍କୁ ଜନ୍ମ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ସେ ସନ୍ତୋଷ ପ୍ରକାଶ କରି କହିଥିଲେ ଯେ ସମସ୍ତ ମାଆ ଓ ନବଜାତ ଶିଶୁ ସମ୍ପୂର୍ଣ ସୁସ୍ଥ ଓ ସୁରକ୍ଷିତ ଅଛନ୍ତି। ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବର୍ତ୍ତମାନ ସୁଦ୍ଧା ୮୩୨୨ ଆଶ୍ରୟସ୍ଥଳ ଖୋଲା ଯାଇଛି। ତନ୍ମଧ୍ୟରୁ ୬୦୦୮ ଟି ଆଶ୍ରୟ ସ୍ଥଳ ସଂପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ପଶୁ ସମ୍ପଦର ସୁରକ୍ଷା ପାଇଁ ମଧ୍ୟ ଗୁରୁତ୍ଵ ଯାଇ ୧୯,୪୭୬ ଟି ଗୃହ ପାଳିତ ପଶୁଙ୍କୁ ଉଚ୍ଚ ସ୍ଥାନକୁ ନିଆଯାଇ ସୁରକ୍ଷିତ ରଖା ଯାଇଛି। ସେମାନଙ୍କ ପାଇଁ ପ୍ରଚୁର ପରିମାଣରେ ଗୋ ଖାଦ୍ୟର ବ୍ୟବସ୍ଥା ମଧ୍ୟ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ମୋ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ସେମାନେ ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି। ବାତ୍ୟା ପ୍ରସ୍ତୁତି ସଂପର୍କରେ ସେମାନେ ତଥ୍ୟ ପାଇବା ପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଓଡ଼ିଶାକୁ ବାତ୍ୟା ମୁକାବିଲା ପାଇଁ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ସେମାନେ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରିଲିଫ କମିଶନରଙ୍କ କାର୍ଯ୍ୟାଳୟକୁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ରେଡକ୍ରସ୍ ଭବନରେ ରିଲିଫ ସାମଗ୍ରୀ ପ୍ୟାକିଂ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ।

ସେଠାରେ ପ୍ରତି ପ୍ୟାକେଟରେ ୨ କେଜି ଚୁଡ଼ା, ୧ କେଜି ଛତୁଆ, ଅଧ କିଲୋ ଚିନି, ବିସ୍କିଟ, ମହମବତୀ, ଦିଆସିଲି, ପାଣି ବୋତଲ ରହିଛି। ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା ସମୟରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୋଲିସ ମହା ନିର୍ଦ୍ଦେଶକ ୱାଇ . ବି . ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+