ଲୋକସେବା ଭବନରେ ‘ବନ୍ଦେ ମାତରମ୍‌’ ଗାଇଲେ ମୁଖ୍ୟମନ୍ତ୍ରୀ; ଏହି ଐତିହାସିକ ଦିନଟି, ଆମ ପାଇଁ ଏକ ମହାସଙ୍କଳ୍ପର କ୍ଷଣ

ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 'ବେନ୍ଦ ମାତରମ୍‌' ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ ମାତରମ୍‌' ଗାନ କରିଛନ୍ତି । ଏହାଛଡା ଲୋକସେବା ଭବନର କର୍ମଚାରମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜିର ଏହି ଐତିହାସିକ ଦିନଟି, ଆମ ପାଇଁ ଏକ ମହାସଙ୍କଳ୍ପର କ୍ଷଣ । ଯେଉଁ ଚିରନ୍ତର ବାଣୀ 'ବନ୍ଦେ ମାତରମ୍‌' ଭାରତକୁ ଏକ ଅଖଣ୍ଡ ଶକ୍ତି ଭାବରେ ଦେଖିବାର ସ୍ୱପ୍ନ ସଞ୍ଚାର କରିଥିଲଶ, ଆଜି ତା'ର ୧୫୦ବର୍ଷ ପୂର୍ତ୍ତି । ଏହା କେବଳ ମାତ୍ର ଏକ ଐତିହାସିକ ଦିନଟିଏ ନୁହେଁଟ୍ଟ ଏହା ହେଉଛି ଆମ ପୂର୍ବପୁରୁଷମାନଙ୍କର ବଳିଦାନ ଏବଂ ତ୍ୟାଗରୁ ଜନ୍ମ ନେଇଥିବା ଏକ ଜାତୀୟ ସଙ୍କଳ୍ପକୁ ମନେ ପକାଇବାର ଦିନ ।

Chief Minister mohan majhi sang Vande Mataram at Lok Seva Bhavan

ଋଷି ବଙ୍କିମ ଚନ୍ଦ୍ରଙ୍କ ଲେଖନୀରୁ ସୃଷ୍ଟି ହୋଇ, ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ କଣ୍ଠରେ ଶକ୍ତି ପାଇଥିବା ଏହି ଗୀତ ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପାଇଁ ମୃତ୍ୟୁଞ୍ଜୟ ମନ୍ତ୍ର ଥିଲା। ରାଷ୍ଟ୍ରପ୍ରେମର ଏହି ମହାମନ୍ତ୍ର ସ୍ୱାଧୀନତା ସଂଗ୍ରାମର ଶହ ଶହ କ୍ରାନ୍ତିକାରୀଙ୍କୁ ଫାଶୀ ଖୁଣ୍ଟରେ ବିଜୟର ସ୍ମିତହାସ୍ୟ ଦେଇଥିଲା। ଯେତେବେଳେ ଇଂରେଜ ସରକାର ଏହାକୁ ନିଷିଦ୍ଧ କରିବାକୁ ଚେଷ୍ଟା କଲେ, ସେତେବେଳେ ତାହାର ପ୍ରତିଟି ଧାଡ଼ି ଭାରତୀୟମାନଙ୍କ ପାଇଁ ବଜ୍ରଶପଥ ପାଲଟିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+