ଦେବେନ୍ଦ୍ର ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ମୁମ୍ବାଇ ଯାତ୍ରା କରିବାର ସମ୍ଭାବନା ରହିଛି ।
ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଗୁରୁବାର ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିବେ । ମୁମ୍ବାଇରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ଆଶା କରାଯାଉଛି ।
ଫଡନାଭିସ୍ ତୃତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ। ସେ ୨୦୧୪ ରେ ପ୍ରଥମ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଫଡନାଭିସ୍ ୨୦୧୯ ରେ ତାଙ୍କର ପାଞ୍ଚ ବର୍ଷ କାର୍ଯ୍ୟ ସମାପ୍ତ କରିଥିଲେ।

୨୦୧୯ ରେ ଦ୍ୱିତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ ମଧ୍ୟ ରାଜ୍ୟରେ ସରକାର ଚଳାଇବା ପାଇଁ ଭାଜପା ଆବଶ୍ୟକୀୟ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହେବାରୁ ୭୨ ଘଣ୍ଟା ମଧ୍ୟରେ ସେ ଇସ୍ତଫା ଦେଇଥିଲେ।
ତେବେ ୨୦୨୨ ରୁ ୨୦୨୪ ପର୍ଯ୍ୟନ୍ତ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ସହଯୋଗରେ ଭାଜପା, ଶିବସେନା ଏବଂ ଏନସିପି ମିଳିତ ସରକାରରେ ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ନିକଟରେ ମହାରାଷ୍ଟ୍ରରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ତିନି ଦଳୀୟ ମହାୟୁତି ମେଣ୍ଟ କ୍ଷମତା ବଜାୟ ରଖିଛି।












Click it and Unblock the Notifications