ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଦୁଇ ଦିନିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ସେପ୍ଟେମ୍ବୀୟର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ଅକ୍ଟୋବର ୧ରେ ଚାଇବାସା ସ୍ଥିତ କୋଲହାନ ଯିବାର କାର୍ଯ୍ୟକ୍ରମ ରହିଛି । ପଶ୍ଚିମ ସିଂହଭୂମରେ ସେ ପ୍ରାକ୍ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗ ଦେବୋକୁ ଥିବା ବେଳେ ଚାଇବାସାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ।

mohan majhi

ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ଝାଡ଼ଖଣ୍ଡ ଭାଜପାର ସହପ୍ରଭାରୀ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କୁ ମୋହନ ଗତକାଲି ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତର କରୁଥିବା ସ୍ଥାନ ମାନଙ୍କରେ ସଂଖ୍ୟାଧିକ ଓଡିଆ ଭାଷାଭାଷୀ ଲୋକଙ୍କ ସହ ଆଦିବାସୀ ସଂପ୍ରଦାୟ ବସବାସ କରନ୍ତି । ଆଉ ସେଠି ଓଡିଆ ଭୋଟରଙ୍କ ଦବଦବା ବି ରହିଛି । ତେଣୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ ବିଜେପି ପାଇଁ ବେଶ୍ ଫଳପ୍ରଦ ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+