କେନ୍ଦୁଝର ଦୁର୍ଘଟଣାରେ ପୀଡ଼ିତଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମଙ୍ଗଳବାର ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଯୋଗାଇ ଦିଆଯିବ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ମଧ୍ୟ ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନା ଥାଉକି ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ଏହି ଦୁର୍ଘଟଣା । ବରଯାତ୍ରୀ ଉପରେ ଚଢିଯାଇଥିଲା ଟ୍ରକ୍ । ଫଳରେ ଘଟଣାସ୍ଥଳରେ 5 ଜଣଙ୍କର ମୃତ୍ୟୁ ହୋଇଥିଲା । ଏହା ସହିତ 9 ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ତିନିଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।
ସଙ୍କଟାପନ୍ନ ଥିବା ତିନି ଆହତଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । 6 ଜଣ କେନ୍ଦୁଝର ଜିଲ୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ । ଅଘଟଣ ପରେ ବର ବାହା ନ ହୋଇ ଫେରିଯାଇଥିବାବେଳେ ପୋଲିସ ଟ୍ରକକୁ ଜବତ କରିଛି ।












Click it and Unblock the Notifications