Get Updates
Get notified of breaking news, exclusive insights, and must-see stories!

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ, ବର୍ଷକ ଭିତରେ ଜିଲ୍ଲା ହେବ ପଦମପୁର

ପଦ୍ମପୁର ଉପ ନିର୍ବାଚନ ସମୟରେ ଜିଲ୍ଲା ଘୋଷଣା ନେଇ କରିଥିବା ପ୍ରତିଶ୍ରୁତି କୁ ପୁଣି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏପରିକି ବର୍ଷକ ଭିତରେ ପଦମପୁର ଜିଲ୍ଲା ହେବ ବୋଲି କହିଛନ୍ତି ।

Padampur- Naveen Patnaik

ଭୁବନେଶ୍ୱର : ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦ୍ମପୁର ଉପ ନିର୍ବାଚନ ସମୟରେ ଜିଲ୍ଲା ଘୋଷଣା ନେଇ କରିଥିବା ପ୍ରତିଶ୍ରୁତି କୁ ପୁଣି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏପରିକି ବର୍ଷକ ଭିତରେ ପଦମପୁର ଜିଲ୍ଲା ହେବ ବୋଲି କହିଛନ୍ତି ।

ଦିନିକିଆ ପଦମପୁର ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ଝାରବନ୍ଧରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ ।

ଆପଣଙ୍କୁ କହି ରଖୁଛୁ ପଦମପୁର ଉପନିର୍ବାଚନ ସମୟରେ ପଦମପୁରକୁ ଜିଲ୍ଲା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ । ଗତବର୍ଷ ଡିସେମ୍ବର ମାସରେ ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ମିଶନ ଶକ୍ତି ଅନ୍ତର୍ଗତରେ ମହିଳାଙ୍କ କାମକୁ ନେଇ ସେ ବେଶ ଖୁସି ଅଛନ୍ତି । ମିଶନ ଶକ୍ତିର ମା'ମାନଙ୍କୁ 1 କୋଟି 23 ଲକ୍ଷ ଟଙ୍କାର ସହାୟତା ରାଶି ଦେବା କଥା ମଧ୍ୟ ଘୋଷଣା କରିଥିଲେ । ଏହି ଟଙ୍କାକୁ ବ୍ୟବହାର କରି ମା'ମାନେ ଉଦ୍ୟୋଗୀ ହେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଲୋକଙ୍କ ସ୍ନେହଶ୍ରଦ୍ଧା ତାଙ୍କୁ ଅଭିଭୂତ କରିଛି ବୋଲି ମଧ୍ୟ ସେ କହିଥିଲେ । ବିକାଶ ପାଇଁ ସାଧାରଣ ଲୋକ ଦେଇଥିବା ପ୍ରସ୍ତାବକୁ ତାଙ୍କ ସରକାର ଗ୍ରହଣ କରିଛନ୍ତି । ପାଇକମାଳ ପିଏଚସିକୁ ସିଏଚସି କରାଯାଇଛି । ପଦମପୁରରେ ବିଭିନ୍ନ ବିକାଶମୁଳକ କାର୍ଯ୍ୟ ପାଇଁ 90 କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+