ଲୋକ କଳାକାର ମାନଙ୍କ ପାରିଶ୍ରମିକ ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ଲୋକକଳା ଏବଂ ଏହା ସହ ଜଡ଼ିତ କଳାକାରମାନଙ୍କୁ ପ୍ରୋତ୍ସାହିତ କରିବାକୁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡ଼ିକରେ କଳାକାରମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ବିଭିନ୍ନ ଲୋକକଳା ଦାସକାଠିଆ, ପାଲା, ଘୋଡ଼ାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ କଳାକାର ମାନେ ଉପକୃତ ହେବେ ।

Naveen patnaik

ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ 3 ଘଣ୍ଟାରେ 3 ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି । ଦଳର ମୁଖ୍ୟଙ୍କୁ ଦିନକୁ 1000 ଟଙ୍କା ଓ ଅନ୍ୟ ସଦସ୍ୟମାନଙ୍କୁ 800 ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଏହାସହିତ, କଳାକାରମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ 300 ଟଙ୍କା ଦିଆଯିବ ।

ଏହି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା 200 ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ଏକ ଦୁଇ ଜଣିଆ ଦଳକୁ ଏକକାଳୀନ 2400 ଟଙ୍କା ପ୍ରଦାନ କରାଯିବ । ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା 350 ଟଙ୍କା ଦିଆଯାଉଥିବା ବେଳେ, ଏବେ 6 ଜଣିଆ ଦଳକୁ ଏକକାଳୀନ 6800 ଟଙ୍କା ଦିଆଯିବ । ଘୋଡ଼ାନାଚ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା 350 ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ 8 ଜଣିଆ ଘୋଡ଼ାନାଚ ଦଳକୁ ଏକକାଳୀନ 9000 ଟଙ୍କା ଦିଆଯିବ ।

ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପୂର୍ବରୁ କାର୍ଯ୍ୟକ୍ରମ ପିଛା 400 ଟଙ୍କା ଦିଆଯାଉଥିଲା । ଏବେ 8 ଜଣିଆ ଦଳକୁ ଏକକାଳୀନ 9000 ଟଙ୍କା ଦିଆଯିବ । ଲୋକକଳାର ସୁରକ୍ଷା ତଥା କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏହି ପଦକ୍ଷେପ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+