ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।

ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ ଅନୁମୋଦନ କରିଛନ୍ତି । ଏହି ପଦବୀ ଗୁଡିକ ହେଲା - ଗୋଟିଏ ଷ୍ଟେସନ ଅଫିସର, ଦୁଇଟି Leading Fireman, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications