ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ, 2.49 କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ । 5-ଟି ଉପକ୍ରମରେ ହେବ ଏହି ପୁନଃ ନିର୍ମାଣ କାମ । ଏ ନେଇ 2.49 କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି ।

ସୂଚନାଯୋଗ୍ୟ ଯେ ଗତ 2 ତାରିଖରେ ବାହାନଗା ରେଳଷ୍ଟେସନଠାରେ ହୋଇଥିବା ଭୟାବହ ରେଳ ଦୁର୍ଘଟଣା ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ୱତଃସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ 5-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ ।












Click it and Unblock the Notifications